ଆଜି ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି

0
681

ବ୍ରହ୍ମପୁର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଗଞ୍ଜାମର ସମସ୍ତ ବିଦ୍ୟାଳୟ ଛୁଟି ରହିଛି । କିନ୍ତୁ ବିଦ୍ୟାଳୟରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ରହିବେ । ତେଣୁ ଆବଶ୍ୟକସ୍ଥଳେ ସ୍କୁଲ ଗୁଡିକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବା ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ନେଇଥିବା ସମ୍ପର୍କରେ ଜିଲ୍ଲା ଶିକ୍ଷାଧିକାରି ଶ୍ରୀଯୁକ୍ତ ସନାତନ ପଣ୍ଡା ସୂଚନା ଦେଇଛନ୍ତି । ଗତ କିଛି ଦିନ ଧରି ଗଞ୍ଜାମରେ ଲଗାଣ ବର୍ଷା ଯୋଗୁଁ ସ୍ଥିତି ସାଂଘାତିକ ରହିଛି ଓ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇପଡିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ଏହିପରି ସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣି ପାଗ ବିଭାଗ ପକ୍ଷରୁ ଜଣାପଡିବା ସହ ଗଞ୍ଜାମ ଜିଲ୍ଲାକୁ ରେଡ ଆଲର୍ଟ ମଧ୍ୟ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here