ପୋଲସରା ବ୍ଲକରେ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଓ ବିଧବା ଭତ୍ତା ବଣ୍ଟନ।

0
233

ପୋଲସରା :୧ଗଞ୍ଜାମ ଜିଲ୍ଲା, ପୋଲସରା ବ୍ଲକର ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଓ ବିଧବା ହିତାଧିକାରୀଙ୍କୁ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଭତ୍ତା ବଣ୍ଟନ କରିଛନ୍ତି। ପୋଲସରା ସମିତି ସଭାଗୃହରେ ଡିସେମ୍ବର ୧୪ ତାରିଖ ଦିନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୧୦୫ ଜଣ ବୁଢ଼ାବୁଢ଼ୀ, ଭିନ୍ନକ୍ଷମ ଓ ବିଧବା ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ।ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା ଓ ଏବିଡ଼ିଓ ଧର୍ମରାଜ ପରିଡା ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମରେ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here