ମେଡ଼ିକାଲର ବର୍ହିଃ ବିଭାଗ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

0
262

ବୁଗୁଡା : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବର୍ହିଃ ବିଭାଗ ଚିକିତ୍ସା ପାଇଁ ନୂତନ କୋଠା ନିର୍ମାଣ ପାଇଁ ଡିସେମ୍ବର ୧୬ ତାରିଖ ଦିନ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ ହେବାକୁ ଥିବା ଏହି ନୂତନ ବର୍ହିଃ ବିଭାଗ କୋଠା ପାଇଁ ୧.୭୯ କୋଟି ଟଙ୍କା ବ୍ୟୟ ଅଟକଳ ମଞ୍ଜୁରୀ ହୋଇଥିବା ଜଣାପଡିଛି। ବିଧାୟକ ଶ୍ରୀ ସାହୁଙ୍କ ଦ୍ୱାରା ଭିତ୍ତିପ୍ରସ୍ତର ସ୍ଥାପନ ସମୟରେ ପୂର୍ତ୍ତ ବିଭାଗ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଇଂ ସତ୍ୟ ନାରାୟଣ ମୁଦୁଲି ଓ ସହକାରୀ ଯନ୍ତ୍ରୀ ଇଂ ରମେଶ ଚନ୍ଦ୍ର ଚୌଧୁରୀ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ, ବିଜେଡି ବ୍ଲକ ସଭାପତି ମଦନ ଗୋପାଳ ଦୋରା, କେ ତ୍ରିଲୋଚନ ଦୋରା ପ୍ରମୁଖଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here