ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ ଓ ଉପଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା

0
244

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ଦ୍ବାରା ଡିସେମ୍ବର ୨୩ ତାରିଖ ଦିନ ଉଦଘାଟନ ହୋଇଯାଇଛି। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ବି. ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ଭଞ୍ଜନଗର ଉପଜିଲ୍ଲାପାଳ ତଥା ପରିଚାଳନା ପରିଷଦର ସଭାପତି ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ମହାବିଦ୍ୟାଳୟର ରେଡକ୍ରସ୍ ୟୁନିଟ୍ ପକ୍ଷରୁ ମୁଖ୍ୟ ଅତିଥି ବିଧାୟକ ଶ୍ରୀସାହୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। କୋଭିଡ୍-୧୯ ର ପ୍ରଥମ ଲହର ସମୟରେ ଛାତ୍ର ଛାତ୍ରୀ ଓ ସରକାରୀ କର୍ମଚାରୀଙ୍କ ଅବଦାନକୁ ବିଧାୟକ ଶ୍ରୀ ସାହୁ ଉଚ୍ଚ ପ୍ରଶଂସା କରିଥିଲେ। ଅନ୍ୟତମ ଅତିଥି ଭାବେ ବୁଗୁଡ଼ା ତହସିଲଦାର ସଂଗ୍ରାମ କେଶରୀ ଜେନା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ର ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ଡକ୍ଟର ବିବେକାନନ୍ଦ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟ ଯୁକ୍ତଦୁଇ ଓ ଯୁକ୍ତତିନି ବିଭାଗର କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here