ବେଲଗୁଣ୍ଠା ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଶିବିର ଉଦ୍‌ଯାପିତ

0
258

ବେଲଗୁଣ୍ଠା: ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଶିବିର ୟୁନିଟ୍ -3 (ମହିଳା ବିଭାଗ ) ର ସ୍ଵତନ୍ତ୍ର ଶୀତକାଳୀନ ଶିବିର ଉଦଯାପିତ ହୋଇଯାଇଛି I ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହି ଅଧିକାରୀ ରାକେଶ କୁମାର ପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ,ସମ୍ମାନୀତ ଅତିଥି ଭାବେ ବେଲଗୁଣ୍ଠା ଏନ୍ଏସି ସିଟି ମିଶନ୍ ପରିଚାଳକ ପ୍ରଫୁଲ୍ଲ କୁମାର ଷଡ଼ଙ୍ଗୀ,ଅନୁଷ୍ଠାନର ଇତିହାସ ବିଭାଗ ମୁଖ୍ୟ ଅଶୋକ କୁମାର ସ୍ୱାଇଁ,ଇଁରାଜୀ ବିଭାଗ ମୁଖ୍ୟ ଅଶୋକ କୁମାର ପ୍ରଧାନ, ଜାତୀୟ ସେବା ଯୋଜନା ୟୁନିଟ୍-3 କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ସପନ କୁମାର ପ୍ରଧାନଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ପ୍ରଦ୍ୟୁମ୍ନ ପାତ୍ର, ସୁଶାନ୍ତ ବେହେରା, ଶିବରାମ ଚୌଧୂରୀ ପ୍ରମୁଖ ମଞ୍ଚାସୀନ ଥିଲେ I କାର୍ଯ୍ୟକ୍ରମରେ ସ୍ଵେଚ୍ଛାସେବୀ ବନିତା ଏବଂ ପ୍ରିୟଙ୍କା ଏନ୍ଏସ୍ଏସ୍ ସଙ୍ଗୀତ ଗାନ କରିଥିବା ବେଳେ ସ୍ଵେଚ୍ଛାସେବୀ ଇତିଶ୍ରୀ ଏବଂ ତୃପ୍ତି ଶିବିରର ଅନୁଭୂତି ବର୍ଣ୍ଣନା କରିଥିଲେ I ଜାତୀୟ ସେବା ଯୋଜନା ୟୁନିଟ୍-3 କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ସପନ କୁମାର ପ୍ରଧାନ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଏହି ସାତ ଦିନିଆ ଶିବିରରେ ସ୍ଵେଚ୍ଛାସେବୀମାନଙ୍କ ଦ୍ୱାରା ଯୌତୁକ ନିର୍ଯ୍ୟାତନା ଏବଂ କନ୍ୟାଭୃଣ ଉପରେ ସଚେତନତାମୂଳକ ପ୍ରଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା I ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ I

ରିପୋର୍ଟ-ଶିବରାମ ଚୌଧୁରୀ

LEAVE A REPLY

Please enter your comment!
Please enter your name here