ପ୍ରତାପ ଧନଞ୍ଜୟପୁର ଶାସନ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

0
301

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ପ୍ରତାପ ଧନଞ୍ଜୟପୁର ଶାସନ ପ୍ରାଥମିକ ବିଦ୍ୟାଳୟରେ ଜାନୁଆରୀ ୧୮ ତାରିଖ ଦିନ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଥିବା ଜଣାପଡିଛି। ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଦାଶ ଅଧ୍ୟକ୍ଷତା କଟିଥିବା ବେଳେ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁଶାନ୍ତ କୁମାର ଖଡାଙ୍ଗା ଓ ସହକାରୀ ଶିକ୍ଷକ କୃଷ୍ଣଚନ୍ଦ୍ର ବେହେରା ଯୋଗଦେଇ ଥିଲେ। ପ୍ରଧାନ ଶିକ୍ଷକ ଓ ଅତିଥି ଦ୍ୱୟ ଉପସ୍ଥିତ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here