କାଦପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

0
294

ବୁଗୁଡା :ବୁଗୁଡା ବ୍ଲକ ଅନ୍ତର୍ଗତ କାଦପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାନୁଆରୀ ୧୯ ତାରିଖ ଦିନ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ମୟକ, ଏସଏମସି ସଭାପତି ସଞ୍ଜୟ କୁମାର ବାଡତ୍ୟା, ସହକାରୀ ଶିକ୍ଷକ ପ୍ରଭାକର ମଲ୍ଲିକ, ଡାକ୍ତର ସେଠୀ, ଓ ବଳରାମ ପ୍ରଧାନ ଏବଂ ଶିକ୍ଷୟିତ୍ରୀ ଅଳକାନନ୍ଦା ପାତ୍ର,ଓ ରିଙ୍କିନା ନିଶଙ୍କ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here