ସମସ୍ତ ରାଜନୈତିକ ଦଳ ଏବଂ ପ୍ରାର୍ଥୀଙ୍କ ସହିତ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ବୈଠକ

0
229

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ତିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ସମ୍ମୀଳନି କକ୍ଷରେ ଆନୁଷ୍ଠାନିକ ଭାବେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆଗାମୀ ଦିନରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ପ୍ରତନିଧି, ନିର୍ବାଚନକୁ କିପରି ସ୍ଵଛ, ଅବାଧ ଓ ନିରପେକ୍ଷ ହୋଇପାରିବ ସେଥିପାଇଁ ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ -ବିଶ୍ଵମୋହନ ରାୟ, ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଶ୍ରୀ ମଦନ ସିଂ ଦ୍ୱାରା ରାଜନୈତିକ ଦଳର ପ୍ରତିନିଧି ଏବଂ ଜିଲ୍ଲା ପରିଷଦର ପ୍ରାର୍ଥୀମାନଙ୍କୁ ନେଇ ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଅଧକ୍ଷତା କରିଥିଲେ l ସାଧାରଣ ପର୍ଯ୍ୟବେକ୍ଷକ,ଜିଲାରେ ହେବାକୁ ଥିବା ନିର୍ବାଚନ କିପରି ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି ହୋଇଥିବା ନିର୍ଦେଶାବଳି ଅନୁସାରେ କରାଯିବ ତାହା ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲାl ସେହି ପରି ଖର୍ଚ୍ଚ ପର୍ଯ୍ୟବେକ୍ଷକ, ଖର୍ଚ୍ଚ ସୀମା ଉପରେ ସମସ୍ତଙ୍କୁ ଅବଗତ କରିବା ସହ ନିର୍ବାଚନ ଅଧିକାରୀଙ୍କ ପାଖରେ ପ୍ରତିଦିନ ଖର୍ଚ୍ଚର ପରିମାଣକୁ ଉପସ୍ଥାପନା କରିବା ପାଇଁ ଆଲୋଚନା କରିଥିଲେ l ଜିଲ୍ଲାପାଳ ଶ୍ରୀ ପଣ୍ଡା ଜିଲାରେ କିପରି ଶାନ୍ତିଶୃଙ୍ଖଳା ରେ ନିର୍ବାଚନର କାର୍ଯ୍ୟ ସରିବ ସେଥିପାଇଁ ସମସ୍ତଙ୍କୁ ସହଯୋଗ ଲଢ଼ିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ମହାରଣା, ଏ ଏସପି -ଶ୍ରୀ ବାମଦବେ ସିଂ, ଡିପିଓ ଉଲାସ ସେଠି, ସହକାରୀ ଜିଲ୍ଲାପାଳ ଜୁବୁଲୀ ଚରଣ ବେହେରା ପ୍ରମୁଖ ଉପସ୍ଥିତ ରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲ୍ଲା ପ୍ରଶାସନ ପକ୍ଷରୁ ପରିଚାଳନା କରିଥିଲେ।

ରିପୋର୍ଟ:ବସନ୍ତ କୁମାର ପଣ୍ଡା

LEAVE A REPLY

Please enter your comment!
Please enter your name here