କୋଦଳା ଥାନା ପକ୍ଷରୁ ନିର୍ବାଚନରେ ଲଢ଼ୁଥିବା ପ୍ରାର୍ଥୀଙ୍କୁ ନେଇ ବୈଠକ

0
231

ବେଗୁନିଆପଡା : ଛତ୍ରପୁର ଆରକ୍ଷୀ ଅଧିକ୍ଷକ ଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ମାସରେ ହେବାକୁ ଯାଉଥିବା ପଞ୍ଚାୟତ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କୁ ନେଇ ଏକ ସଚେତନତା ବୈଠକ ଆଜି ଗଞ୍ଜାମ ଜିଲ୍ଲା କୋଦଳା ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଶାନ୍ତି ଶୃଙ୍ଖଳା ସହ କରାଯିବା ସହ ସମସ୍ତ ପଞ୍ଚାୟତରେ ଯେପରି ମୁକ୍ତ ଓ ଅବାଧ ନିର୍ବାଚନ ହେବା ସହ କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜେ ସେ ଦିଗରେ ସମସ୍ତ ପ୍ରାର୍ଥୀ ସଚେତନ ରହିବା ପାଇଁ ଆଲୋଚନା କରାଯାଇଥିଲା। ଆଜିର କାର୍ଯ୍ୟକ୍ରମରେ କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି, ଅତିରିକ୍ତ ଥାନା ଅଧିକାରୀ ପ୍ରଭାତ କୁମାର ବେହେରା ଉପସ୍ଥିତ ଥିବା ବେଳେ ବିଭିନ୍ନ ପଞ୍ଚାୟତ ର ସରପଞ୍ଚ, ସମିତିସଭ୍ୟ ଓ ୱାର୍ଡ ସଭ୍ୟ ପ୍ରାର୍ଥୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here