ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

0
256

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ଅନ୍ତରପଡା ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଡାକୁଆ, ସହକାରୀ ଶିକ୍ଷକ ସୁରେନ୍ଦ୍ର ଜେନା ଓ କମଳ ଲୋଚନ ପ୍ରଧାନ ଏବଂ ସହକାରୀ ଶିକ୍ଷୟିତ୍ରୀ ସ୍ୱାଗତିକା ଦାସ, କଲ୍ୟାଣି ସେଠୀ ଓ ଲୋପାମୁଦ୍ରା ଲେଙ୍କା ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ।

ରିପୋର୍ଟ:ସ୍ବରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here