ଦୁଇ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

0
314

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ବି.ବ୍ରହ୍ମପୁର ଓ ବୁଗୁଡା ଏନଏସି ର ଗୋଲାମୁଣ୍ଡୁଳା, ଦୁଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଦୁଇ ପ୍ରାଥମିକ ବିଦ୍ୟାଳୟର ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କରିଥିଲେ। ବି.ବ୍ରହ୍ମପୁର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ପଣ୍ଡା , ଏସଏମସି ସଭାପତି ଗଙ୍ଗାଧର ସେଠୀ, ସିଆରସିସି ସନ୍ତୋଷ କୁମାର ସାହୁ, ଓ ସହକାରୀ ଶିକ୍ଷକ ଭରତ ଧରୁଆ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ବୁଗୁଡା ଏନଏସି ଏକ ନମ୍ବର ୱାର୍ଡ ଗୋଲାମୁଣ୍ଡୁଳା ପ୍ରଥାମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ବେହେରା ଏସଏମସି ସଭାପତି କବିରାଜ ଗୌଡ଼, ସିଆରସିସି ପ୍ରତାପ କୁମାର ଖାଡଙ୍ଗା ଓ ସହକାରୀ ଶିକ୍ଷୟିତ୍ରୀ ମଧୁସ୍ମିତା ପାତ୍ର ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ। ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here