ମୃତ ଯୁବକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ

0
321

ବୁଗୁଡା :ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଭଗବାନପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୂଆଁ ପାଣିକେଶ୍ୱର ଗ୍ରାମର ୨୧ ବର୍ଷ ବୟସ୍କ ଯୁବକ ଗୁରୁଦେବ ଗୌଡ଼ ମାର୍ଚ୍ଚ ୮ ତାରିଖ ଦିନ ବୁଗୁଡା ଥାନା ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମ ନିକଟରେ ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ଖବର ପାଇ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମାର୍ଚ୍ଚ ୧୦ ତାରିଖ ଦିନ ମୃତକଙ୍କ ବାସଭବନକୁ ଯାଇ ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବିଧାୟକ ଶ୍ରୀ ସାହୁଙ୍କ ସହ ଭାଗବାନପୁର ଗ୍ରାମ ପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ସୁଶାନ୍ତ କୁମାର ପ୍ରଧାନ ଓ ଗ୍ରାମବାସୀ ବୃନ୍ଦ ଉପସ୍ଥିତ ଥିଲେ। ଅନ୍ୟାନ୍ୟ ସରକାରୀ ସହଯୋଗ ପ୍ରଦାନ କରାଯିବ ବୋଲି ବିଧାୟକ ଶ୍ରୀ ସାହୁ ଓ ସରପଞ୍ଚ ଶ୍ରୀ ପ୍ରଧାନ ପ୍ରତିଶ୍ରୁତି ପ୍ରଦାନ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here