ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

0
250

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ପଙ୍କଳସାହି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗ ବିଦ୍ୟାଳୟରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ପଙ୍କଳସାହି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୃନ୍ଦାବନ ସ୍ବାଇଁ,ଏସଏମସି ସଭାପତି ରଘୁନାଥ ରଣା, ସହକାରୀ ଶିକ୍ଷକ ସୁଶାନ୍ତ କୁମାର ଜେନା, ନିକୁଞ୍ଜ ମୋହନ ବେହେରା,ଦେବରାଜ ପ୍ରଧାନ ଓ ସତିକାନ୍ତ ପ୍ରଧାନ ଏବଂ ସହକାରୀ ଶିକ୍ଷୟିତ୍ରୀ ବିଳାସ କୁମାରୀ ନାୟକ ଓ ପ୍ରିୟଦର୍ଶନୀ ଖାଡ଼ଙ୍ଗା ଯୋଗ ଦେଇଥିଲେ। ଏଥିସହ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here