ପୋଲସରାରେ ବ୍ଲକ ସ୍ଥରୀୟ ଉତ୍କଳ ଦିବସ ପାଳନ

0
334

ପୋଲସରା : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକ ସମିତି ସଭା ଗୃହରେ ବ୍ଲକ ସ୍ତରୀୟ ୮୭ ତମ ଉତ୍କଳ ଦିବସ ପାଳନ ହୋଇଯାଇଛି। ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଶ୍ରୀ ସାହୁ ଉତ୍ତମ କାର୍ଯ୍ୟପାଇଁ ଚାରିଜଣ କର୍ମଚାରୀଙ୍କୁ ସମ୍ମାନିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜିଲ୍ଲା ପରିଷଦ ସଦସ୍ୟା ଝୁନୁ ଦାଶ ଓ ଜିଲ୍ଲା ପରିଷଦ ସଦସ୍ୟ ବିକ୍ରମ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବ୍ଲକ ସ୍ତରୀୟ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ, ବିଦ୍ୟାଳୟ ଛାତ୍ରଛାତ୍ରୀ ବୃନ୍ଦ, ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ପ୍ରମୁଖ ଯୋଗଦେଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here