ବୁଗୁଡା ବ୍ଲକ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

0
292

ବୁଗୁଡା : ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବୁଗୁଡା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବୁଗୁଡା ବ୍ଲକ ବିଡ଼ିଓ ତନ୍ମୟ ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ସସ୍ମିତା କର, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ବୃନ୍ଦ, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ବୃନ୍ଦ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ସାଂସଦ ଅନୁଦାନ, ବିଧାୟକ ଅନୁଦାନ , ନରୋଗା , ଓ ଅନ୍ୟାନ୍ୟ ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ବିଷୟ ନେଇ ବିଧାୟକ ଶ୍ରୀ ସାହୁ ସମୀକ୍ଷା କରିଥିବା ବେଳେ ତୁରନ୍ତ କାର୍ଯ୍ୟ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ।

ରିପୋର୍ଟ:ସ୍ଵରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here