ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଯୁବ ସଂସ୍କାର କାର୍ଯ୍ୟକ୍ରମ

0
261

ପୋଲସରା : ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ “ଯୁବ ସଂସ୍କାର” କାର୍ଯ୍ୟକ୍ରମ ଏପ୍ରିଲ ୧୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଦିବାକର ମିଶ୍ର ଯୋଗଦାନ କରି “ଯୁବ ସଂସ୍କାର” କାର୍ଯ୍ୟକ୍ରମ ର ମୁଖ୍ୟ ଉଦେଶ୍ୟ ଓ ଆତ୍ମମୁଖ୍ଯ ସମ୍ପର୍କରେ ବହୁ ଉଦାହରଣ ଛାତ୍ରଛାତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ।ଅଧ୍ୟାପକ ବିରଞ୍ଚିନାରାୟଣ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଅଧ୍ଯାପିକା ଡକ୍ଟର ଜ୍ଯୋସ୍ନାରାଣୀ ପଟନାୟକ କାର୍ଯ୍ୟକ୍ରମର ମୁଲ୍ଯବୋଧ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଓଡିଆ ବିଭାଗର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀ ଯୋଗଦାନ କରି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here