୪୭ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କଲେ ବିଧାୟକ

0
240

ପୋଲସରା: ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ରେ ଏପ୍ରିଲ ୧୬ ତାରିଖ ଦିନ ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମହୋଦୟ ୪୭ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିବା ଜଣାପଡ଼ିଛି। ପୋଲସରା ବ୍ଲକର ସମିତି ସଭା ଗୃହରେ ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ସଂଯୋଜନାରେ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଥିଲା। ୪୭ ଜଣ ହିତାଧିକାରୀଙ୍କ ମଧ୍ୟରେ ବୃଦ୍ଧ, ବୃଦ୍ଧା, ଭିନ୍ନକ୍ଷମ ଓ ବିଧବା ବ୍ୟକ୍ତି ରହିଛନ୍ତି। ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଏବିଇଓ ଧର୍ମରାଜ ପରିଡା, ବିଏସଏସଓ ସୁରେଶ କୁମାର ବେହେରାଙ୍କ ସମେତ ବ୍ଲକ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here