ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ

0
306

ବାଲିଗୁଡା,(ନ୍ୟୁଜ ଏକ୍ସଟ୍ରା): କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି l ତାଙ୍କର ଦେହାନ୍ତ ବେଳକୁ ୮୪ ବର୍ଷ ହୋଇଥିଲା l ନିଜ ବାସ ଭବନ ସଲାଗୁଡା ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି l ସେ ଶିକ୍ଷକ ରୁ ଅବସର ଗ୍ରହଣ କରିବା ପରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡା ବିଧାୟକ ଭାବେ କାର୍ଯ୍ୟ କରିଥିଲେ l l ସେ ଦୀର୍ଘ ଦିନ ଧରି ଶଯ୍ୟାରେ ପଡି ରହି ଚିକିତ୍ସିତ ହେଉଥିଲେ l ଗୁରୁତର ହେବାରୁ ଶନିବାର ସକାଳ ସମୟରେ ମୃତ୍ୟୁ ବରଣ କରିଛନ୍ତି l ତାଙ୍କର ବିୟୋଗରେ ସମଗ୍ର ଜିଲ୍ଲା ବିଜେପି, ବିଜେଡି ଓ କଂଗ୍ରେସ ଦଳ ତଥା ବହୁ ନେତୃ ସ୍ଥାନୀୟ ବ୍ୟକ୍ତି ଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜିଲ୍ଲାରେ ଶୋକରେ ଛାୟା ଖେଳିଯାଇଛି l ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ଝିଅ, ଜୋଇଁ, ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ l ସ୍ୱର୍ଗତ କହଁର ଙ୍କ ମର ଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା l
ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here