ମଧୁବାବୁ ପେନସନ ଯୋଜନାରେ ୬୦ ଜଣଙ୍କୁ ଭତ୍ତା ବଣ୍ଟନ

0
273

ପୋଲସରା : ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ୬୦ ଜଣ ହିତାଧିକାରୀଙ୍କୁ ମଇ ୧୩ ତାରିଖ ଦିନ ରାଜ୍ୟ ସରକାରଙ୍କ ନିଜସ୍ଵ ଯୋଜନା ମଧୁବାବୁ ପେନସନ ମାଧ୍ୟମରେ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ବଣ୍ଟନ ହୋଇଥିଲା। କାର୍ଯ୍ୟକ୍ରମରେ ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭତ୍ତା ବଣ୍ଟନ ଶୁଭାରମ୍ଭ କରିଥିଲେ। ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦୁର୍ଯ୍ୟୋଧନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ମଧୁବାବୁ ପେନସନ ବଣ୍ଟନ କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ବିଧାୟକ ପ୍ରତିନିଧି ପ୍ରଫୁଲ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ୬୦ ଜଣ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ କାଉନସିଲର ମାନଙ୍କ ସମେତ ହିତାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ। ଏନଏସି କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here