ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

0
261

ବୁଗୁଡା : ବୁଗୁଡା ବ୍ଳକ ଅନ୍ତର୍ଗତ ଖୋଳଖାଳି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶ କ୍ରମେ ଖୋଳଖାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ର ଓ ଏସଏମସି ସଭାପତି ପ୍ରେମାନନ୍ଦ ବାରିକ ଲୋଗୋ ଉନ୍ମୋଚନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଓ ଶିକ୍ଷକ ବୃନ୍ଦ ସଂଯୁକ୍ତା ରାଣୀ ଖାଡଙ୍ଗା, ମଞ୍ଜୁଲତା ପ୍ରଧାନ, ସୁନିତା ମହାପାତ୍ର, ସସ୍ମିତା କୁମାରୀ ଦାଶ, ସଂଗ୍ରାମ କେଶରୀ ରା, ପ୍ରଜ୍ଞା ପରମିତା, ବିନ୍ଦୁଶ୍ରୀ ବିଶ୍ବାଳ, ସିଲିଆ ସାହୁ ଓ ଅନ୍ତଃନିବେସୀ ଶିକ୍ଷା ସ୍ବେଚ୍ଛାସେବୀ ଦୀପକ କୁମାର ସେଠୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here