ଭୁବନେଶ୍ବର ସ୍ଥିତ ରବିନ୍ଦ୍ର ମଣ୍ତପ ଠାରେ ଖଲ୍ଲିକୋଟ ଶ୍ରୀ ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟକୁ ପ୍ରକୃତିମିତ୍ର ପୁରସ୍କାର ପ୍ରଦାନ

0
375

ଖଲ୍ଲିକୋଟ ( ନ୍ୟୁଜଏକ୍ସଟ୍ରା ) : ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଦ୍ବାରା ବିଶ୍ବ ପରିବେଶ ଦିବସ ଅବସରରେ ଭୁବନେଶ୍ବର ସ୍ଥିତ ରବିନ୍ଦ୍ର ମଣ୍ତପ ଠାରେ ଆୟୋଜିତ ରାଜ୍ୟସ୍ତରିୟ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ମୋନା ଶର୍ମା ଖଲ୍ଲିକୋଟ ଏନଏସିରେ ଥିବା ଶ୍ରୀ ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟକୁ ପରିବେଶ ସୁରକ୍ଷା ଓ ସଚେତନତା ପ୍ରତି ଉଲ୍ଲେଖନୀୟ ଅବଦାନ ଲାଗି ଚଳିତ ବର୍ଷ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରିଛନ୍ତି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଗୋମତୀ ପ୍ରଧାନ ମୁଖ୍ୟ ଅତିଥିଙ୍କ ଠାରୁ ସାର୍ଟିଫିକେଟ ଓ ୨୦ ହଜାର ଟଙ୍କାର ଚେକ୍ ଗ୍ରହଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ବିଭାଗର ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବ ଡ଼. ସୁଶାନ୍ତ କୁମାର ନନ୍ଦ ଓ ରାଜିବ କୁମାର ପ୍ରମୁଖ ଉପସ୍ଥିତ ଥିଲେ ।

ରିପୋର୍ଟ – ପ୍ରଦୀପ୍ତ କୁମାର ସାହୁ

LEAVE A REPLY

Please enter your comment!
Please enter your name here