ଭଞ୍ଜନଗର ନୂତନ ଉପଜିଲ୍ଲାପାଳଭାବେ ଶ୍ରୀ ଜ୍ୟୋତି ଶଙ୍କର ରାୟଙ୍କ ଯୋଗଦାନ

0
291

ଭଞ୍ଜନଗର: ଭଞ୍ଜନଗର ନୂତନ ଉପଜିଲ୍ଲାପାଳଭାବେ ଶ୍ରୀ ଜ୍ୟୋତି ଶଙ୍କର ରାୟ ଯୋଗଦାନ କରିଛନ୍ତି । ଭଞ୍ଜନଗର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସହାୟକ ଜିଲ୍ଲାପାଳ ସଞ୍ଜୟ କୁମାର ସାହୁ, ଏଷ୍ଟାବ୍ଲିସମେଣ୍ଟ ଅଫିସର ଅନିଲ କୁମାର ପଣ୍ଡା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ, ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ଜନଜାତି ଅଧିକାରୀ ଅମୀୟ କୁମାର ମିଶ୍ର, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର ଏବଂ ସବୁ ବିଭାଗର ବରିଷ୍ଠ ରାଜସ୍ବ ସହାୟକ ଓ କନିଷ୍ଠ ସହାୟକଙ୍କ ସହ କାର୍ଯ୍ୟାଳୟର ସବୁ କର୍ମଚାରୀ ଗଣ ନୂତନ ଉପଜିଲ୍ଲାପାଳ ଶ୍ରୀ ରାୟଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଏହା ପୂର୍ବରୁ ଶ୍ରୀ ରାୟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଛତ୍ରପୁର, ଗଞ୍ଜାମର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକଭାବେ କାର୍ଯ୍ୟରତ ଥିଲେ । ସେ ଜଣେ ସୁଦକ୍ଷ ପ୍ରଶାସକଭାବେ ବହୁ ଖ୍ୟାତି ଅର୍ଜନ କରିଛନ୍ତି । ସେ ଜନହିତରେ ସରକାରୀ ଯୋଜନାକୁ ସଫଳରୂପେ ରୂପାୟନ କରିବାକୁ ପ୍ରତିଶୃତିବଦ୍ଧ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ସେ ସମସ୍ତ କର୍ମଚାରୀଗଣଙ୍କୁ 5T ଅନୁଯାୟୀ ଦଳଗତ ସ୍ୱଛତା, ବୈଷୟିକ ଜ୍ଞାନ ସହ ଠିକ ସମୟରେ କାର୍ଯ୍ୟ ସୂଚାରୁରୂପେ ସମ୍ପାଦନ କରିବାକୁ ପରାମର୍ଶ ପ୍ରଦାନ କରିଥିଲେ । ପ୍ରକାଶ ଥାଉ କି, ଏହି ପୂର୍ବରୁ ଉପଜିଲ୍ଲାପାଳ ଥିବା ରାଜେନ୍ଦ୍ର ମିଞ୍ଜ ପଦୋନ୍ନତି ପାଇ ବ୍ରହ୍ମପୁର ଏମ୍.କେ.ସି.ଜି. ମେଡିକାଲ କଲେଜରେ ରେଜିଷ୍ଟରଭାବେ ଯୋଗ ଦେଇଛନ୍ତି ।

ରିପୋର୍ଟ:ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here