ଏନଏସି ପକ୍ଷରୁ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଓ ପରିଷଦ ବୈଠକ

0
265

ପୋଲସରା : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଜୁନ ୨୯ ତାରିଖ ଦିନ ମାନ୍ୟବର ଶ୍ରମ, ନିଯୁକ୍ତି ଓ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ ସହ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପରିଷଦ ପକ୍ଷରୁ ମାନ୍ୟବର ମନ୍ତ୍ରୀ ଶ୍ରୀ ସାହୁଙ୍କୁ ଅଧ୍ୟକ୍ଷା ସଙ୍ଗୀତ ବେହେରା, କାର୍ଯ୍ୟନିର୍ବାହୀ ଅଧିକାରୀ ଦୁର୍ଯ୍ୟୋଧନ ସାହୁ, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରାଙ୍କ ସମେତ ପାରିଷଦ ବୃନ୍ଦ ଓ ଏନଏସି କର୍ମଚାରୀ ବୃନ୍ଦ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏହାପରେ ଅଧ୍ୟକ୍ଷା ଶ୍ରୀମତୀ ବେହେରାଙ୍କ ଅଧ୍ୟକ୍ଷତାରେ କାଉନସିଲ ବୈଠକ ଆରମ୍ଭ ହୋଇଥିଲା। କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସାହୁ ପୂର୍ବ ବୈଠକର ବିବରଣୀ ପଠନ କରିବା ସହ ଚଳିତ ବୈଠକର କାର୍ଯ୍ୟକ୍ରମ ବିଷୟ ସଂକ୍ଷିପ୍ତରେ ପ୍ରକାଶ କରିଥିଲେ। ବୈଠକରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟ ସହ ରାସ୍ତା ଆଲୋକୀକରଣ, ଭତ୍ତା ବଣ୍ଟନ, ବୃକ୍ଷ ରୋପଣ, ବସଷ୍ଟାଣ୍ଡ ନିର୍ମାଣ ଓ ଅନ୍ୟାନ୍ୟ ବିଷୟ ନେଇ ଆଲୋଚନା ହୋଇ ପ୍ରସ୍ତାବ ଗୃହୀତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ମୋଚିରାମ ସାହୁ, ବିଧାୟକ ପ୍ରତିନିଧି ପ୍ରଫୁଲ କୁମାର ପ୍ରଧାନ ଓ କର୍ମଚାରୀ ବୃନ୍ଦ ବୈଠକରେ ଉପସ୍ଥିତ ଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here