କଣଛାଇ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

0
915

ପୋଲସରା : ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସମଗ୍ର ନିର୍ବାଚନ ମଣ୍ଡଳୀର ଜନସାଧାରଣ ଉତ୍ସାହିତ ହୋଇଥିବା ବେଳେ ବିଭିନ୍ନ ଅନୁଷ୍ଠାନ, ସଙ୍ଗଠନ ଓ ବ୍ୟକ୍ତି ବିଶେଷ ବୃନ୍ଦ ମନ୍ତ୍ରୀ ମହୋଦୟଙ୍କୁ ସମ୍ବର୍ଦ୍ଧିତ କରିଥିବା ଜଣାପଡିଛି। ପୋଲସରା ବ୍ଲକ ଅନ୍ତର୍ଗତ କଣଛାଇ ଗ୍ରାମର କୃଷ୍ଣ ଚନ୍ଦ୍ର ପାଇକରା ବିଦ୍ୟାପୀଠ ପକ୍ଷରୁ ମଧ୍ୟ ରାଜ୍ୟ ସରକାରଙ୍କ ମାନ୍ୟବର ଶ୍ରମ, ନିଯୁକ୍ତି ଓ ରାଜ୍ୟକର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଅଶୋକ କୁମାର ପାଣିଗ୍ରାହୀ ବିଦ୍ୟାଳୟ ପକ୍ଷରୁ ମାନ୍ୟବର ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଶିକ୍ଷାନୁଷ୍ଠାନର ଅନ୍ୟ ଶିକ୍ଷକ ବୃନ୍ଦ ମଧ୍ୟ ଉପସ୍ଥିତ ରହିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here