ପୋଲସରା ମହାବିଦ୍ୟାଳୟ ପକ୍ଷରୁ ମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

0
254

ପୋଲସରା: ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ, ନିଯୁକ୍ତି ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହ ପୋଲସରା ଅଞ୍ଚଳର ବିଶିଷ୍ଠ କବି, ଲେଖକ ଓ ଶିକ୍ଷାବିତ କୃଷ୍ଣଚନ୍ଦ୍ର ତ୍ରିପାଠୀ ଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଛି। ଜୁଲାଇ ୧୬ ତାରିଖରେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପରିସରରେ କଲେଜର ପ୍ରିନ୍ସପାଲ ଡକ୍ଟର ଦିବାକର ମିଶ୍ରଙ୍କ ତତ୍ତ୍ୱାବଧାନରେ ଏହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। କଲେଜ ଗଭର୍ଣ୍ଣିଙ୍ଗି ବଡି ସଭାପତି ଦୁର୍ଗା ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ମାନ୍ୟବର ମନ୍ତ୍ରୀ ଶ୍ରୀ ସାହୁଙ୍କୁ ଉପଢୌକନ, ପୁଷ୍ପମାଲ୍ୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଶିକ୍ଷାବିତ ଶ୍ରୀ ତ୍ରିପାଠୀଙ୍କୁ ମଧ୍ୟ ପୁଷ୍ପଗୁଚ୍ଛ,ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ମାନୀତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ପୋଲସରା ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ କୁମାର ପ୍ରଧାନ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ବରିଷ୍ଠ ସମାଜସେବୀ ପୀତବାସ ପ୍ରଧାନଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here