ଭଞ୍ଜନଗରରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
260

ଭଞ୍ଜନଗର : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା,ଏସ୍ପି ବ୍ରିଜେଶ ରାୟ,ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୁଷ୍ଟି, ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ମୋଟ ୩୧୪ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୧୬ ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି। ବିଭିନ୍ନ ଗ୍ରାମାଞ୍ଚଳରୁ ୧୧ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ୪ଜଣଙ୍କୁ ରେଡ଼କ୍ରସ ପାଣ୍ଠି ରୁ ସହାୟତା ପ୍ରଦାନ କରାଯାଇଛି।ଏଥି ସହିତ ଭିନ୍ନକ୍ଷମ ମାନଙ୍କୁ ଟ୍ରାଇ ସାଇକେଲ,ଶ୍ରବଣ ଯନ୍ତ୍ର ଓ କିଛି ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଛି। ଅନ୍ୟ ମାନଙ୍କ ମଧ୍ୟରେ ଉପଖଣ୍ଡ ମେଡ଼ିକାଲ ଅଧିକ୍ଷକ ସିତାଂଶୁ ଶେଖର ଶତପଥୀ, ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର,ଭାରପ୍ରାପ୍ତ ତହସିଲଦାର ନିହାର ରଞ୍ଜନ ବେହେରା ଙ୍କ ସମେତ ପ୍ରତ୍ୟେକ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ରିପୋର୍ଟ : ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here