ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା

0
244

ବାଲିଗୁଡା,(ନ୍ୟୁଜ ଏକ୍ସଟ୍ରା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ +୩ ଅନ୍ତିମ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସୀ ଅଧ୍ୟକ୍ଷତା କରିଥିଲେ। ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ ଉଦବୋଧନ ଛଳରେ ବିଭାଗର ସ୍ମୁତିଚାରଣ କରିଥିଲେ। ଅଧ୍ୟାପିକା ସ୍ନେହଲତା ମାଝୀ ଓ ଅଧ୍ୟାପିକା ସୁଲୋଚନା କହଁର ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ସୋନାଲିକା ପଣ୍ଡା, ବର୍ଷା ପ୍ରିୟଦର୍ଶିନୀ ପାତ୍ର, ବିଦାୟ କାଳୀନ ସଙ୍ଗୀତ ଗାନ କରିଥିଲେ। ଶରତ ପଟ୍ଟନାୟକ ଟୀକାରାମଙ୍କ ସଂଯୋଜନା ରେ କାର୍ଯ୍ୟକ୍ରମଟି ବେଶ୍ ଉପଭୋଗ୍ୟ ହୋଇପାରିଥିଲା।
ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here