ହାତୀଓଟ ଓ.ଏ.ଭି. ହତାରେ ଶ୍ରମ ମନ୍ତ୍ରୀଙ୍କ ବୃକ୍ଷ ରୋପଣ

0
234

ପୋଲସରା :ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମହୋଦୟ ଅତିଥି ଭାବେ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ। ହାତୀଓଟ ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ ବନମହୋତ୍ସବ କାର୍ଯ୍ୟକ୍ରମ ଅଗଷ୍ଟ ୦୩ ତାରିଖ ଦିନ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ, ନିଯୁକ୍ତି ଓ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଓଏଭି ଅଧ୍ୟକ୍ଷ ତ୍ରିଲୋଚନ ଷଡଙ୍ଗୀ ଏବଂ ଶିକ୍ଷକ, ଶିକ୍ଷୟିତ୍ରୀ , କର୍ମଚାରୀ ଓ ଛାତ୍ରଛାତ୍ରୀ ବୃନ୍ଦ ମାନ୍ୟବର ମନ୍ତ୍ରୀ ଶ୍ରୀ ସାହୁଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ବିଦ୍ୟାଳୟକୁ ପାଛୋଟି ନେଇଥିଲେ। ବିଦ୍ୟାଳୟ ପରିସରରେ ମନ୍ତ୍ରୀ ମହୋଦୟ ବୃକ୍ଷ ରୋପଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ପରିସର ରେ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ। ପରିବେଶ ସୁରକ୍ଷା ପାଇଁ ବୃକ୍ଷର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ବୋଲି ମନ୍ତ୍ରୀ ନହୋଦୟ ପ୍ରକାଶ କରିଥିଲେ। ହତା ମଧ୍ୟରେ ରୋପଣ କରାଯାଇଥିବା ଚାରା ଗୁଡିକର ଯତ୍ନ ନେଇ ବଡ ବୃକ୍ଷରେ ପରିଣତ କରିବା ପାଇଁ ସମସ୍ତେ ଦାୟିତ୍ବ ଗ୍ରହଣ କରିବାକୁ ସେ ଅନୁରୋଧ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here