ବିଧାୟକମାନଙ୍କୁ ଶାଳୀନତାର ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ

0
706

ଭୁବନେଶ୍ୱର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରି ବିଧାୟିକା ଓ ବିଧାୟକମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ଆୟୋଜିତ ୨ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଧାୟିକାଓ ବିଧାୟକମାନଙ୍କୁ ସରଳତାର ପାଠ ପଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବିଧାୟିକା ଓ ବିଧାୟକମାନଙ୍କୁ ସରଳତା ଓ ଶାଳୀନତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଗଣତନ୍ତ୍ରର ସଫଳତା ଲୋକଙ୍କ ଉପରେ ନିର୍ଭର କରେ । ଲୋକ ପ୍ରତିନିଧି ସବୁବେଳେ ଲୋକଙ୍କ ସ୍ୱାର୍ଥକୁ ଆଗରେ ରଖି କାମ କରିବା ଦରକାର । ଲୋକଙ୍କ ନିକଟତର ହେବା ସହ ସେମାନଙ୍କର ସମସ୍ୟାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଗଣତନ୍ତ୍ରର ପ୍ରକୃତ ସଫଳତା ଲୋକଙ୍କ ଉପରେ ନିର୍ଭର କରେ । ଜନତା ରିୟଲ ମାଷ୍ଟର ଅଫ ଡେମୋକ୍ରେସି ବୋଲି ନବୀନ ପଟ୍ଟନାୟକ କହିଛନ୍ତି । ଆଜି ପ୍ରଥମ ଦିନରେ ବିଧାନସଭାର କମିଟି ବ୍ୟବସ୍ଥା ଓ ବୈଧାନିକ ପ୍ରକ୍ରିୟା ଉପରେ ଲୋକସଭା ସଚିବାଳୟ ଅଧିକାରୀମାନଙ୍କ ଦ୍ୱାରା ପ୍ରଶିକ୍ଷଣ ଦେଉଛନ୍ତି। ଆସନ୍ତାକାଲି ଦ୍ୱିତୀୟ ଦିନରେ ବିଧାନସଭାର ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here