ପୋଲସରା ଏନଏସି ରେ ଶ୍ରମ ମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ

0
206

ପୋଲସରା : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ଦୁଇ ୱାର୍ଡରେ ଓଡିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀକାନ୍ତ ସାହୁ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିବା ଦେଖିବାକୁ ମିଳିଛି। ପୋଲସରା ଏନଏସି ର ରାଣୀପଡାରେ ଶ୍ରୀ ଶ୍ରୀ ମା ମଙ୍ଗଳା ନାଟ୍ୟ ସଂସଦ ପକ୍ଷରୁ ପରିବେଷିତ ” କହିଦେଲେ କଥା ସାରିଯିବ ” ସାମାଜିକ ନାଟକକୁ ଶ୍ରମ ମନ୍ତ୍ରୀ ମହୋଦୟ ଉଦଘାଟନ କରିଥିଲେ। ଏଥିରେ ଅତିଥି ଭାବେ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ପୋଲସରା ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୋଲସରା ଏନଏସି ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ କୁମାର ପ୍ରଧାନ, ବୁଗୁଡା ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ପୋଲସରା ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ଗଙ୍ଗାପାଣି ଜେନା, ଝୁନୁ ଦାସ ଓ ବିକ୍ରମ କୁମାର ନାୟକ, ବୁଗୁଡା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ସେହିପରି ପୋଲସରା ଏନଏସି ର ୧୯ ନଂ ୱାର୍ଡ ଲୁଣିଘାଟି କୁ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯାଇ ଜନସାଧରଙ୍କ ସହ ୱାର୍ଡର ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ସହ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ।

ରିପୋର୍ଟ:ସ୍ବରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here