ବିଜେଡି ର ପୋଲସରା ବ୍ଲକ ସ୍ତରୀୟ ସାଙ୍ଗଠନିକ ବୈଠକ

0
230

ପୋଲସରା : ପୋଲସରା ବ୍ଲକ କସିପଡ଼ା କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳର ପୋଲସରା ବ୍ଲକ ସ୍ତରୀୟ ସାଙ୍ଗଠନିକ ବୈଠକ ସେପ୍ଟେମ୍ବର ୧୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୋଲସରା ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଅତିଥି ଭାବେ ଯୋଗଦେଇଥିଲେ। ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ବିଜୁ ଜନତା ଦଳର ସଙ୍ଗଠନକୁ ସୁଦୃଢ କରିବା ପାଇଁ ମନ୍ତ୍ରୀ ଶ୍ରୀ ସାହୁ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଜୁ ଜନତା ଦଳ କର୍ମୀ ବିଜେଡି ନେତୃତ୍ବାଧୀନ ନବୀନ ବାବୁଙ୍କ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବାକୁ ପରାମର୍ଶ ପ୍ରଦାନ କରିଥିଲେ। ସାଙ୍ଗଠନିକ ବୈଠକରେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ପ୍ରମୋଦ କୁମାର ପଣ୍ଡା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ଝୁନୁ ଦାସ ଓ ବିକ୍ରମ କୁମାର ନାୟକ, ପୋଲସରା ବ୍ଲକର ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଓ କର୍ମୀମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here