ଭଞ୍ଜନଗରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

0
303

ଭଞ୍ଜନଗର: ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟା ନେଇ ସୋମବାର ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଯୋଗ ଦେଇ ସମୁଦାୟ ୨୯୮ଟି ଅଭିଯୋଗର ଶୁଣାଣି କରିଥିଲେ । ସେଥି ମଧ୍ୟରୁ ଜିଲ୍ଲାପାଳ ତ୍ୱରିତ ଭାବେ ୧୩ଟି ଅଭିଯୋଗର ଫଇସଲା କରିଥିଲେ। ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ସାମାଜିକ ସୁରକ୍ଷା ବିଭାଗ ତରଫରୁ ୯ ଜଣଙ୍କୁ ବିକଳାଙ୍ଗ ଭତ୍ତା ପ୍ରଦାନ କରାଯାଇଥିବା ବେଳେ ଭିନ୍ନକ୍ଷମ ମାନଙ୍କୁ ୩ଟି ହୁଇଲି ଚେୟାର ଓ ଜଣଙ୍କୁ ତିନି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି। ଏହା ସହିତ ଜିଲ୍ଲାପାଳ ୯ ଜଣଙ୍କୁ ଜଙ୍ଗଲ ଜମିପଟା ବଣ୍ଟନ କରିଥିଲେ। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ରାୟ,ଗଂଜାମ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବ୍ରିଜେଶ ରାୟ ,ଭଞ୍ଜନଗର ଏସ.ଡ଼ି.ପି.ଓ. ଶୁଭ୍ରାଂଶୁ ଶେଖର ମିଶ୍ର, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ, ଭଞ୍ଜନଗର ବି.ଡ଼ି.ଓ. ଶ୍ରୀ ଶଶୀ ଭୂଷଣ ମହାପାତ୍ର, ଭଞ୍ଜନଗର ବି.ଇ.ଓ ଏସ. ଧନଞୟ, ଜିଲ୍ଲା ମଙ୍ଗଳ ଅଧିକାରୀ ପରୀକ୍ଷିତ ଦାଶ, ଭଞ୍ଜନଗର ସହାୟକ ଜିଲ୍ଲାପାଳ ସୁନନ୍ଦ ଶେଖର ସାହାଣୀ,ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଅନିଲ କୁମାର ପଣ୍ଡା, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀଙ୍କ ସମେତ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

ରିପୋର୍ଟ:ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here