ଗୋଲାସାହି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

0
262

ବୁଗୁଡା :ବୁଗୁଡା ଏନଏସି ଅନ୍ତର୍ଗତ ଗୋଲାସାହି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ବେହେରାଙ୍କ ଅଧ୍ୟକ୍ଷତାରେ ମେଳା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶ, ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି, ସିଆରସିସି କିରଣବାଳା ତ୍ରିପାଠୀ, ସୁଧାଂଶୁ ଶେଖର ପାଢ଼ୀ, କେ.ତ୍ରିଲୋଚନ ଦୋରା, ତାଳସାକର ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସେଠୀ, ପ୍ରତାପ କୁମାର ଖାଡଙ୍ଗା ପ୍ରମୁଖ ଯୋଗଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେବାସହ ପୋଷାକ ଓ ଜୋତା ବଣ୍ଟନ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here