ପଙ୍କଳସାହି ଉ.ପ୍ରା. ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

0
279

ବୁଗୁଡା: ବୁଗୁଡା ବ୍ଲକ ଅନ୍ତର୍ଗତ ପଙ୍କଳସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୃନ୍ଦାବନ ସ୍ବାଇଁ ଏହି ମେଳାରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ମଧୁସୂଦନ ସାହୁ, ମୁଖ୍ୟ ବକ୍ତା ଭାବେ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ, ଏବଂ ସମ୍ମାନୀତ ଅତିଥି ଭାବେ ସିଆରସିସି ସନ୍ତୋଷ କୁମାର ସାହୁ, ନାଏବ ସରପଞ୍ଚ ହରିକୃଷ୍ଣ ଜେନା, ଓ ଏସଏମସି ସଭାପତି ରଘୁନାଥ ରଣା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here