କୁସପଡା ଓ ବାସୁଦେବ ପୁର ପଞ୍ଚାୟତରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

0
242

ଦିଗପହଣ୍ଡି:ଦିଗପହଣ୍ଡି ବ୍ଲକର କୁସପଡା ଓ ବାସୁଦେବ ପୁର ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସର୍ବଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ବିତରଣ ଉତ୍ସବରେ ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁନିତା ସେଠୀ,ଦିଗପହଣ୍ଡି ବ୍ଳକ ଶିକ୍ଷା ଅଧିକାରୀ କୂରେସୁ ସେଠୀ ମହୋଦୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ଓ ଜୋତା ବଣ୍ଟନ କରିଥିଲେ ।ଏହି ଅବସରରେ ସମ୍ମାନୀତ ଅତିଥି ଭାବରେ ବିଜୁ ଯୁବ ଜନତା ଦଳର ଜିଲ୍ଲା ଉପ-ସଭାପତି ଏମ୍.ନିରଞ୍ଜନ ରେଡି,ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ କୃଷ୍ଣଚନ୍ଦ୍ର ସେଠୀ,ଦୁଇ ପଞ୍ଚାୟତର ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ,ବିଦ୍ୟାଳୟ ପରିଚାଳନା କମିଟି ପ୍ରମୁଖ ଉପସ୍ଥିତ ରହି ପୋଷାକ ବିତରଣ କରିବା ସହ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ଦ୍ବାରା ନିଜର ଭବିଷ୍ୟତ ଗଢିବା ପାଇଁ ପରାମର୍ଶ ଦେଇଥିଲେ ।

ରିପୋର୍ଟ:ମନୋଜ କୁମାର ପାତ୍ର

LEAVE A REPLY

Please enter your comment!
Please enter your name here