ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠରେ ପୋଷାକ ବଣ୍ଟନ ମେଳା

0
264

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠରେ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ପ୍ରଶନ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପୋଷାକ ବଣ୍ଟନ ମେଳାକୁ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ରେବତୀ ମୋହନ ନାୟକ ଉଦଘାଟନ କରିଥିଲେ। ବଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଶିକ୍ଷାବିତ ବଂଶୀଧର ନାୟକ ମୁଖ୍ୟ ବକ୍ତା ଓ ସରପଞ୍ଚ ପ୍ରତିନିଧି ଶ୍ରୀ ଆଚାରୀ, ସିଆରସିସି ସନ୍ତୋଷ କୁମାର ସାହୁ, ବରିଷ୍ଠ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ, ଏସଏମସି ସଭାନେତ୍ରୀ ହରପ୍ରିୟା ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷକ ବିଭୁ ପ୍ରସାଦ ନନ୍ଦ ସ୍ୱାଗତ ଭାଷଣ ସହ ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ବଙ୍ଗାଳି ମୁଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here