ଉପଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ

0
233

ଭଞ୍ଜନଗର : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଶୁଣାଣି ଶିବିର ସୋମବାର ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ ୧୫ଟି ଅଭିଯୋଗ ପତ୍ର ଉପଜିଲ୍ଲାପାଳ ଶ୍ରୀ ରାୟ ଗ୍ରହଣ କରିଥିଲେ । ସେଥିମଧ୍ୟରୁ ୧୪ ଗୋଟି ବ୍ୟକ୍ତିଗତ ଏବଂ ଗୋଟିଏ ଭିନ୍ନକ୍ଷମ ସମସ୍ୟା ଉପରେ ଆଧାରିତ ଥିଲା। ଭଞ୍ଜନଗର ସହାୟକ ଜିଲ୍ଲାପାଳ ସୁନନ୍ଦ ଶେଖର ସାହାଣୀ,ଅଞ୍ଜଳୀ ମାଝୀ ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ ମହାନ୍ତି, ଭଞ୍ଜନଗର ଉପଖଣ୍ଡ ଚିକିତ୍ସ୍ୟାଳୟର ଡାକ୍ତର ଅନିଲ କୁମାର ଚୌଧୁରୀ, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀଶଙ୍କର ଶତପଥୀ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏହି ଅଭିଯୋଗ ଶୁଣାଣି ସମୟରେ ଉପସ୍ଥିତ ଥିଲେ। କାଯ୍ୟାଳୟ କର୍ମଚାରୀ ସୁରଭି ପ୍ରଧାନ, ବଳରାମ ଯାନୀ ପ୍ରଭୃତି ସହଯୋଗ କରିଥିଲେ ।

ରିପୋର୍ଟ:ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here