ବାଳିକା ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ

0
200

ପୋଲସରା : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ଏକ୍ସ ବୋର୍ଡ ବାଳିକା ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଡିସେମ୍ବର ୧୭ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନାତିନି ଦେବୀ ବିବରଣୀ ପଠନ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କବିରାଜ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ସାହିତ୍ୟିକ ମୁରଲୀଧର ନନ୍ଦ, ସମ୍ନାନିତ ଅତିଥି ଭାବେ ପୋଲସରା ବିଇଓ କାଳୀଚରଣ ବେହେରା, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ପୋଲସରା ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା, କାର୍ଯ୍ୟନିର୍ବାହୀ ଅଧିକାରୀ ଦୁର୍ଯ୍ୟୋଧନ ସାହୁ, ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୂର୍ବତନ ଏନଏସି ଅଧ୍ୟକ୍ଷ ପ୍ରଫୁଲ କୁମାର ପ୍ରଧାନ, କାଉନସିଲର ସୁକାନ୍ତି ସାହୁ, ସାଂସଦ ପ୍ରତିନିଧି ମୋଚିରାମ ସାହୁ, ପଦ୍ମ ଚରଣ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here