ଦୁଇଦିନିଆ ଓଡିଶା ଗସ୍ତରେ ଆସି ରାଷ୍ଟ୍ରପତି ଗୋଳାବନ୍ଧ ସ୍ଥିତ ଆର୍ମି ଏଡି କଲେଜ ପରିଦର୍ଶନ କରିବେ।

    0
    676

    ବ୍ରହ୍ମପୁର(ନ୍ୟୁଜ ଏକ୍ସଟ୍ରା ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ମହାମାନ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗଞ୍ଜାମ ଜିଲ୍ଲା ଗୋଳାବନ୍ଧ ସ୍ଥିତ ଆର୍ମି ଏୟାର ଡିଫେନସ କଲେଜକୁ ଗସ୍ତ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଠାରେ ଆୟୋଜିତ ହେବାକୁ ଥିବା କଲର ପ୍ରେଜେନଣ୍ଟେସନ କାର୍ଯ୍ୟକ୍ରମରେ ସେ ଯୋଗଦେବେ ।
    ଏଥିପାଇଁ ଗୋଳାବନ୍ଧ ସେନା ସମେତ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ଆଜି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଛତ୍ରପୁରଠାରେ ଅନୁଷ୍ଠିତ ହୋଇଛି । ଏଥିରେ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କ ସମେତ ଆର୍ମି ଏଡି କଲେଜର କମାଣ୍ଡାଣ୍ଟ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ରାଷ୍ଟ୍ରପତିଙ୍କ ଗସ୍ତ କିଭଳି ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ ହେବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବା ସହ ସୁରକ୍ଷା ଦୃଷ୍ଟିକୋଣରୁ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ଏଠାରେ ରହିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୨୭ ଓ ୨୮ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।

    LEAVE A REPLY

    Please enter your comment!
    Please enter your name here