ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ଯାପୀଠ ବାର୍ଷିକ ଉତ୍ସବ

0
243

ବୁଗୁଡା: ବୁଗୁଡା ବ୍ଳକ ଅନ୍ତର୍ଗତ ବି କରଡାବାଡି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ଯାପୀଠର ବାର୍ଷିକ ଉତ୍ସବ ଜାନୁଆରୀ ୨୮ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ଯବର ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦାନ କରି ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ରେବତୀ ମୋହନ ନାୟକ, ବ୍ଳକ ଅଧ୍ଯକ୍ଷା କେ.ପ୍ରିୟଦର୍ଶିନୀ ଆଚାରି, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷାଙ୍କ ପ୍ରତିନିଧି ସୁଧାଂଶୁ ଶେଖର ପାଢ଼ୀ, ଜିଲ୍ଲା ପରିଷଦ ସଦସ୍ୟା ଚାନ୍ଦିନୀ ନାୟକ, ସ୍ଥାନୀୟ ସରପଞ୍ଚ ଚାନ୍ଦିନୀ ଆଚାରୀ, ସମିତିସଭ୍ଯା ପ୍ରିୟଙ୍କା ସେଠୀ, ସମାଜସେବୀ କେ.ନୀଳମାଧବ ଆଚାରି, ସ୍କୁଲ ପରିଚାଳନା କମିଟି ସଭାନେତ୍ରୀ ହରପ୍ରିୟା ପ୍ରଧାନ ଯୋଗ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ଶ୍ରୀ ସାହୁ ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀ ଓ ସ୍କୁଲ ପରିଚାଳନା କମିଟି ସଭ୍ଯବୃନ୍ଦ ରହି ଉତ୍ସବ କୁ ପରିଚାଳନାରେ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here