ଭିକାରିପଲ୍ଲୀ ଶ୍ରୀ ହରିହରେଶ୍ଵର ପଂଚାୟତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

0
253

ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକାରିପଲ୍ଲୀ ଶ୍ରୀ ହରିହରେଶ୍ଵର ପଂଚାୟତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ରେ ମହାସମାରୋହରେ ପାଳିତ ହୋଇଯାଇଛି l ପ୍ରଧାନଶିକ୍ଷକ କୋରେଶ ଚନ୍ଦ୍ର ଶତପଥି ଙ୍କ ପୌରହିତ୍ୟ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କାମରାଜୁ ମହାରଣା, ମୁଖ୍ୟ ବକ୍ତା ଭାବେ ପୁରାତନ ଛାତ୍ର ନୀଳକଣ୍ଠ ଦାଶ, ସାମ୍ମନୀତି ଅତିଥି ଭାବେ ଭିକାରୀପଲ୍ଲୀ ସରପଞ୍ଚ ମମତା ସୁବୁଦ୍ଧି, ଛତ୍ରପୁର ପ୍ରେସ କ୍ଳବର ସଭାପତି ପ୍ରଶାନ୍ତ କୁମାର ମହାରଣା,ପୂର୍ବତନ ସମିତି ସଭ୍ୟ ମଥୁରା ଚରଣ ସୁବୁଦ୍ଧି, ଯୁବ ନେତା ଏନ. ମୁନା ପାତ୍ର,ସିଆରସିସି ସୁଶାନ୍ତ କୁମାର ସେଠି,ଅତିଥି ଶିକ୍ଷକ ସତ୍ୟ ନାରାୟଣ ପାଣିଗ୍ରାହୀ, ପ୍ରହ୍ଲାଦ ମହାରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶିଶିର କୁମାର ଶତପଥି, ସଭ୍ୟ ଦୁର୍ଯ୍ୟୋଧନ ପ୍ରଧାନ ଓ ସହକାରୀ ଶିକ୍ଷକ ତାରିଣୀ ପ୍ରସାଦ ଦାଶ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ବିଦ୍ୟାଳୟ ର ପୁରୁଣା ସ୍ମୃତି ଚାରଣ କରିଥିଲେ l ଏହି ଅବସର ରେ ପୂର୍ବରୁ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତିତ୍ୱ ହାସଲ କରିଥିବା କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା, ଶେଷରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ ସଂlସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l ପ୍ରାରମ୍ଭ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଶତପଥି ବାର୍ଷିକ ବିବରଣୀ ପାଠ କରିଥିଲେ l ଏହା ସହିତ ଅଂଚଳ ର ଯେଉଁ ସ୍ବର୍ଗତ ବଦାନ୍ୟ ବ୍ୟକ୍ତି ମାନଙ୍କ ଦ୍ୱାରା ଏହି ବିଦ୍ୟାଳୟ ପ୍ରତିଷ୍ଠା ହୋଇଛି ସେମାନଙ୍କ ଅମରଆତ୍ମା ର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରଯାଇଥିଲା l
ରିପୋର୍ଟ:ପ୍ରଶାନ୍ତ ମହାରଣା

LEAVE A REPLY

Please enter your comment!
Please enter your name here