ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
178

ବ୍ରହ୍ମପୁର: ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ
ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣୀରେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଶ୍ରବଣ ବିବେକ ଏମ, ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣୀ ଉପସ୍ଥିତ ଥିଲେ l ଆଜି ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୮୮ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୮୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୭ଟି ଓ ୮୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ରେଡ୍ କ୍ରସ୍ ତରଫରୁ ଜଣଙ୍କୁ ୨୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା l ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିରରେ ମୁଖ୍ୟତଃ ଭତ୍ତା, ଶିକ୍ଷା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ଜଳ ସେଚନ,ଗୃହ ନିର୍ମାଣ,ରାସନ୍ କାର୍ଡ, ମନରେଗା, ରାସ୍ତା ସମସ୍ୟା ଗୁଡ଼ିକ ଉପରେ ଅଭିଯୋଗ ଆସିଥିଲା l ମିଳିତ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ l

LEAVE A REPLY

Please enter your comment!
Please enter your name here