ରାମଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

0
248

ବୁଗୁଡା: ବୁଗୁଡା ବ୍ଲକ ଅନ୍ତର୍ଗତ ରାମଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାର୍ଚ୍ଚ ୯ ତାରିଖ ଦିନ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସଏମସି ସଭାପତି ଉପେନ୍ଦ୍ର ନାହାକ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଗୋଳାବନ୍ଧ ସରପଞ୍ଚଙ୍କ ପ୍ରତିନିଧି ଉମାଶଙ୍କର ଜେନା, ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଜିତେନ୍ଦ୍ର କୁମାର ସ୍ୱାଇଁ ଓ ପାଣ୍ଡବ ଦଳାଇ ଯୋଗଦେଇଥିଲେ। ପ୍ରଧାନ ଶିକ୍ଷକ କାଳୀ ଚରଣ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପଠନ କରିଥିଲେ। ଅତିଥି ବୃନ୍ଦ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ବିଭିନ୍ନ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ, ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ପାଢ଼ୀ ଧନ୍ୟବାଦ ପ୍ରଦାନ ଓ ଶିକ୍ଷକ ପ୍ରକାଶ ଚନ୍ଦ୍ର ଦାସ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here