ବୁଗୁଡା ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର

0
237

ବୁଗୁଡା :ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ମାର୍ଚ୍ଚ ୧୩ ତାରିଖ ଦିନ ବୁଗୁଡାର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଙ୍କ ଅଧ୍ୟକ୍ଷତାରେ ଏହି ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ୨୦୨୨-୨୩ ଓ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ୨୦୧୬-୧୭ ରୁ ୨୦୧୮-୧୯ ଆର୍ଥିକ ବର୍ଷର ସମୀକ୍ଷା ହୋଇଥିଲା। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷର ୨୦୨୨ ଏପ୍ରିଲ ୧ ତାରିଖ ଠାରୁ ୨୦୨୨ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ବୁଗୁଡା ବ୍ଲକ ବିଡ଼ିଓ ବାସୁଦେବ ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସସ୍ମିତା କର, ଆକାଉଣ୍ଟେଣ୍ଟ ଅଫିସର, ଏପିଓ, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ମେମ୍ବର, ପିଇଓ, ଜିଆରସ, ଲାଇନ ଡିପାର୍ଟମେଣ୍ଟ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here