ସ୍ଥାୟୀ ନିଯୁକ୍ତି ଓ ଉଚିତ ଦରମା ଦାବିରେ ଆଉଟସୋର୍ସିଙ୍ଗ କର୍ମଚାରୀ ଙ୍କ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ

0
188

ଛତ୍ରପୁର: ସମାନ କାମକୁ ସମାନ ଦରମା ଏବଂ ଆଉଟସୋର୍ସିଙ୍ଗ ବ୍ୟବସ୍ଥା ଉଚ୍ଛେଦସ୍ଥାୟୀ ନିଯୁକ୍ତି ଦାବିରେ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ କର୍ମଚାରୀମାନେ ଆଜି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଅକ୍ଟୋବର ୧୫ ତାରିଖରେ ୫୭ ହଜାର ଠିକା କର୍ମଚାରୀଙ୍କୁ ରେଗୁଲାର କରି ସପୂର୍ଣ୍ଣ ଠିକା ବ୍ୟବସ୍ଥାକୁ ଉଚ୍ଛେଦ କରି ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଥିଲେ। କିନ୍ତୁ ଓଡ଼ିଶାରେ ଥିବା ଲକ୍ଷାଧିକ ଆଉଟସୋର୍ସିଙ୍ଗ କର୍ମଚାରୀମାନେ ସରକାରଙ୍କ ସମସ୍ତ ଅଫିସ, ଶିକ୍ଷାନୁଷ୍ଠାନମାନଙ୍କରେ ଦୀର୍ଘବର୍ଷ ହେବ ମାସିକ ସ୍ୱଳ୍ପ ଦରମାରେ କାର୍ଯ୍ୟ କରିଆସୁଛନ୍ତି। ଜଣେ ରେଗୁଲାର କର୍ମଚାରୀ ସମାନ କାର୍ଯ୍ୟ ତଥା ସମୟ ଦେଇ ମାସିକ ୫୦ରୁ ୬୦ ହଜାର ଟଙ୍କା ବେତନ ପାଉଥିବାବେଳେ ଆଉଟସୋର୍ସିଙ୍ଗ କର୍ମଚାରୀମାନେ ମାସକୁ ୭ରୁ ୮ ହଜାର ଟଙ୍କା ପାରିଶ୍ରମିକ ପାଉଛନ୍ତି। ଯାହାକି ଏକ ସମ୍ବେଦନଶୀଳ ପ୍ରସଙ୍ଗ। ଏପରିକି ବର୍ଷ ବର୍ଷ ଧରି କାର୍ଯ୍ୟକରୁଥିବା ଏହି କର୍ମଚାରୀମାନଙ୍କୁ ଅଧିକାରୀ ଚାହିଁଲେ ଅତି ସାଧାରଣ ଭାବରେ ଚାକିରିରୁ ବହିଷ୍କାର କରିଦେଉଛନ୍ତି। ତେଣୁ ସରକାର ଆଉଟସୋର୍ସିଙ୍ଗ ପ୍ରଥା ସପୂର୍ଣ୍ଣ ଉଚ୍ଛେଦ, ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବାକୁ ଏକ ୧୧ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି

LEAVE A REPLY

Please enter your comment!
Please enter your name here