ବୁଗୁଡାରେ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା

0
219

ବୁଗୁଡା:ଗଞ୍ଜାମ ଜିଲ୍ଲାର ବୁଗୁଡା ସେବା ସମବାୟ ସମିତି ପକ୍ଷରୁ ସମିତି ସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ମାର୍ଚ୍ଚ ୨୪ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବୁଗୁଡା ସେବା ସମବାୟ ସମିତି ସଭାପତି ବସନ୍ତ କୁମାର ଦଳେଇ ଅଧ୍ୟକ୍ଷତା କରିଥିବା ବେଳେ ପୂର୍ଣ୍ଣଚନ୍ଦ୍ର ବିଷୋୟୀ ସଂଯୋଜନା କରିଥିଲେ। ଅତିଥି ଭାବେ ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, ସମାଜସେବୀ କେ.ତ୍ରିଲୋଚନ ଦୋରା, ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ଡ଼ାଇରେକ୍ଟର ନନ୍ଦିନୀ ଭୂୟାଁ, ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ବୁଗୁଡା ଶାଖା ପରିଚାଳକ ଯୋଗେଶ ଚନ୍ଦ୍ର ସାମନ୍ତରାୟ, ସୁଧାଂଶୁ ଶେଖର ପାଢ଼ୀ, ଲକ୍ଷ୍ମୀ ନାରାୟଣ ଦାଶ, ଗୌର ହରି ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ସମବାୟ ସମିତି ଜରିଆରେ ରାଜ୍ୟ ସରକାର କ୍ଷୁଦ୍ର ଚାଷୀମାନଙ୍କୁ ଏକ ଲକ୍ଷ ଟଙ୍କ ପର୍ଯ୍ୟନ୍ତ ବିନା ସୁଧରେ ଋଣ ଓ ବୃହତ ଚାଷୀମାନଙ୍କୁ ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦୁଇ ପ୍ରତିଶତ ସୁଧରେ ଋଣ ଦେବାକୁ ନିଷ୍ପତ୍ତି ନେଇଥିବା ବିଷୟରେ ଚାଷୀମାନଙ୍କୁ ଶାଖା ପରିଚାଳକ ଶ୍ରୀ ସାମନ୍ତରାୟ ଅବଗତ କରାଇଥିଲେ। ଚାଷୀମାନେ ସବସିଡରେ ମାଛ ଚାଷ ଓ କୁକୁଡ଼ା ଚାଷ, ଅନ୍ୟାନ୍ୟ ଋଣ କରିପାରିବା ସହ, ସାର, ବିହନ ପ୍ରଭୃତି ସୁଲଭ ମୂଲ୍ୟରେ ସମବାୟ ସମିତିରୁ ନେଇପାରିବେ ବୋଲି ଚାଷୀମାନଙ୍କୁ ବୁଝାଇଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ସେବା ସମବାୟ ସମିତିର ସମ୍ପାଦକ, ଡ଼ାଇରେକ୍ଟର ଓ କୃଷକ ବୃନ୍ଦ ଉପସ୍ଥିତ ଥିଲେ।

ରିପୋର୍ଟ:ସ୍ବରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here