ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପାର ଜୀବନ : ପୁଅ ଗୁରୁତର

0
270

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି – ବ୍ରହ୍ମପୁର ମୁଖ୍ୟ ରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ବାପାର ଜୀବନ ଚାଲିଯାଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି । ଏଥିସହ ଅନ୍ୟ ବାଇକ୍ ଚାଳକ ମଧ୍ୟ ଗୁରୁତର ଆହତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ରହିଥିବା ଜଣାପଡିଛି । ମୃତକ ହେଲେ ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ଵର ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଅଭିମନ୍ୟୁ ବିଷୋୟୀ ଏବଂ ଆହତ ଜଣକ ହେଲେ ତାଙ୍କ ପୁଅ ହେରମ୍ବ କୁମାର ବିଷୋୟୀ ଏବଂ ବାସୁଦେବପୁର ଗ୍ରାମର ପି. କ୍ଷୀରୋଦ ବୋଲି ଜଣାପଡିଛି । ଖବରନୁଯାୟୀ , ଆଜି ଅପରାହ୍ନ ସାଢେ ତିନି ଘଣ୍ଟା ସମୟରେ ବାପା – ପୁଅ ମିଶି ଦିଗପହଣ୍ଡିରୁ କାମ ସାରି ନିଜ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା କ୍ଷୀରୋଦଙ୍କ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଅଭିମନ୍ୟୁଙ୍କୁ ମୃତ ଘୋଷଣା କରିଥିଲେ । ଆହାତ ଦ୍ୱୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥାନା ମାମଲା ନଂ.୧୩୧/୨୩ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇ ତଦନ୍ତ ଚଳାଇଛନ୍ତିି । ଦୁର୍ଘଟଣା ଗସ୍ତ ୨ ଟି ବାଇକକୁ ପୋଲିସ ଜବତ କରିଛନ୍ତି ।

ରିପୋର୍ଟ:କିରଣ ବେହେରା

LEAVE A REPLY

Please enter your comment!
Please enter your name here