ପଦ୍ମନାଭପୁରରେ ବ୍ଳକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ ମେଳା ଅନୁଷ୍ଠିତ

0
170

ଗଞ୍ଜାମ:ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ପଦ୍ମନାଭପୁର ନୋଡାଲ ହାଇସ୍କୁଲ ପରିସରରେ ମଙ୍ଗଳବାର ପୂର୍ବାହ୍ନରେ ବ୍ଳକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମଗ୍ର ଶିକ୍ଷା ଅଭିଯାନ ଆନୁକୁଲ୍ୟରେ ଆୟୋଜିତ ପ୍ରଦର୍ଶନୀ ଶିବିରରେ ଦିଗପହଣ୍ଡି ବ୍ଳକ ଉନ୍ନୟନ ଅଧିକାରୀ ଚିତ୍ତରଞ୍ଜନ ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସରପଞ୍ଚ ବି . ସନ୍ଧ୍ୟାରାଣୀ ସୁବୁଦ୍ଧି , ସରପଞ୍ଚ ପ୍ରତିନିଧି ବି . କ୍ରିଷ୍ଣାରାଓ ସୁବୁଦ୍ଧି , ରସାନନ୍ଦ ଘଡେଇ , ବିଶ୍ରବା ପାଇକ ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ରହିଥିଲେ । ଏହି ଅବସରରେ ପ୍ରଥମ ଶ୍ରେଣୀ ଠାରୁ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମୌଳିକ ଶିକ୍ଷଣ ଦକ୍ଷତା ପାଇଁ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ବନ୍ଧୀୟ ପ୍ରଦର୍ଶନୀ ମେଳାର ଆୟୋଜନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଆଜି ଆୟୋଜିତ ପ୍ରଦର୍ଶନୀ ମେଳାରେ ବ୍ଳକ ଅଧିନସ୍ଥ ୧୬ ଗୋଟି କ୍ଳଷ୍ଟରର ୧୦୮ ଗୋଟି ବିଭିନ୍ନ ଭାଷା ଓ ଗଣିତ ସମ୍ବନ୍ଧୀୟ ପ୍ରକଳ୍ପ ପ୍ରଦର୍ଶନୀ କରାଯାଇଥିଲା । ଏହି ପ୍ରକଳ୍ପ ଗୁଡ଼ିକର ମୂଲ୍ୟାଙ୍କନ କରିବା ପାଇଁ ଦୁଇ ଶିକ୍ଷକ ପ୍ରଶିକ୍ଷୀକା ନିବେଦିତା ପାଢୀ ଓ ପ୍ରଜ୍ଞା ପରମିତା ବିଚାରକ ଭାବେ ଯୋଗ ଦେଇଥିଲେ । ସଠିକ ମୂଲ୍ୟାୟନ ପରେ ଉଭୟ ଭାଷା ଓ ଗଣିତ ସମ୍ବନ୍ଧୀୟ ପ୍ରଦର୍ଶିତ ପ୍ରକଳ୍ପରୁ ୩ ଗୋଟି ଲେଖାଏଁ ମନୋନୀତ କରାଯାଇ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ବିଦ୍ୟାଳୟକୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା । ସହକାରୀ ଶିକ୍ଷାଧିକାରୀ ବାଳା ମାଝୀ ସଂଯୋଜନାରେ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତ ଲତା ମହାରଣା , ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ପରିଚାଳନା କରିଥିବା ବେଳେ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଗାଇଡ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସିଆରସିସି ମାନେ ଉପସ୍ଥିତ ରହି ପରିଚାଳନା କରିବାରେ ସହଯୋଗ ପ୍ରଦାନ କରିଥିଲେ । ଶେଷରେ କ୍ଳଷ୍ଟର ସିଆରସିସି ବଳରାମ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ:କିରଣ ବେହେରା

LEAVE A REPLY

Please enter your comment!
Please enter your name here