ଶ୍ରୀ ଶ୍ରୀ ହନୁମାନ ଜୟନ୍ତୀ ଅବସର ରେ ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପଣା ବଣ୍ଟନ

0
158

ଛତ୍ରପୁର : ଆଜି ପବିତ୍ର ପଣା ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଏବଂ ଶ୍ରୀ ଶ୍ରୀ ହନୁମାନ ଜୟନ୍ତୀ l ଏହି ଅବସରରେ ଛତ୍ରପୁର ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଟ୍ରଷ୍ଟ ର ସଭାପତି ତଥା 10ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର ଙ୍କ ପୌରାହିତରେ ପୋଷ୍ଟ ଅଫିସ ରୋଡ଼ ନିକଟରେ ଏକ ପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହାକୁ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ,ଟ୍ରଷ୍ଟ ର ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ସମ୍ପାଦିକା ଝିଲି ଵାଳା ରାଉତ, ଯୁଗ୍ମ ସମ୍ପାଦିକା ଗୀତା ସାହୁ, ଗଞ୍ଜାମ ଏନଏସି ର ବରିଷ୍ଠ ନାଗରିକ ପରିଷଦ ର ସମ୍ପାଦକ ଗୌରୀଶଙ୍କର ପାଢ଼ୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଭକ୍ତ ଏବଂସ୍ଥାନୀୟ ଜନସାଧାରଣଙ୍କୁ ପଣା ବଣ୍ଟନ କରିଥିଲେ l

LEAVE A REPLY

Please enter your comment!
Please enter your name here