ଚାରି ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଲେ ଶ୍ରମ ମନ୍ତ୍ରୀ

0
192

ପୋଲସରା/ବୁଗୁଡା: ପୋଲସରା ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଏପ୍ରିଲ ୨୬ ଓ ୩୦ ତାରିଖ ଦିନ ଚାରି ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ପୋଲସରା ବ୍ଲକ୍ ଅନ୍ତର୍ଗତ ହାତୀପାଦ ପଲ୍ଲୀ ଗ୍ରାମର ସିମାଞ୍ଚଳ ପ୍ରଧାନ (୨୫) ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ଏହା ଜାଣିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ବେଲଗାଁ ଗ୍ରାମର ଟୁଲୁ ସାହୁ ଗ୍ୟାସ୍ ନିଆଁରେ ପୋଡି ମୃତ୍ୟୁ ବରଣ କରିଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ବୁଗୁଡ଼ା ବ୍ଲକ ଅନ୍ତର୍ଗତ କୁଆନଳା ଗ୍ରାମର ଦିଲ୍ଲୀପ କୁମାର ଦାଶ (୩୫) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ ଅନ୍ତର୍ଗତ ବଡ଼ ପଙ୍କଳବାଡ଼ି ଗ୍ରାମର ସନାତନ ମହାପାତ୍ର (୩୦) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।
ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here